1 ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।
10 ସେହି ସମୟରେ ସେହି ଦେଶରେ ଦୁର୍ଭିକ୍ଷ ହେବାରୁ ଅବ୍ରାମ ମିସର ଦେଶରେ ପ୍ରବାସ କରିବାକୁ ଯାତ୍ରା କଲେ; ଯେହେତୁ ଦେଶରେ ଅତିଶୟ ଦୁର୍ଭିକ୍ଷ ପଡ଼ିଥିଲା। 11 ଏଥିଉତ୍ତାରେ ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, “ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ। 12 ଏଥିପାଇଁ ମିସର ଦେଶୀୟ ଲୋକମାନେ ତୁମ୍ଭକୁ ଦେଖି ମୋହର ଭାର୍ଯ୍ୟା ବୋଲି ଜାଣିଲେ, ମୋତେ ବଧ କରି ତୁମ୍ଭକୁ ଜୀବିତା ରଖିବେ। 13 ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋ’ ପ୍ରାଣ ରକ୍ଷା ପାଇବ।” 14 ଏଥିଉତ୍ତାରେ ଅବ୍ରାମ ମିସର ଦେଶରେ ପ୍ରବେଶ କରନ୍ତେ, ମିସରୀୟ ଲୋକମାନେ ସେହି ସ୍ତ୍ରୀଙ୍କୁ ପରମ ସୁନ୍ଦରୀ ଦେଖିଲେ। 15 ପୁଣି, ଫାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ଫାରୋଙ୍କ ଛାମୁରେ ତାଙ୍କର ପ୍ରଶଂସା କରନ୍ତେ, ସେହି ସ୍ତ୍ରୀ ଫାରୋଙ୍କର ଗୃହକୁ ଅଣାଗଲେ। 16 ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ସମାଦର କରି ତାଙ୍କୁ ମେଷ, ଗୋରୁ, ଗର୍ଦ୍ଦଭ ଓ ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ। 17 ମାତ୍ର ଅବ୍ରାମଙ୍କର ଭାର୍ଯ୍ୟା ସାରୀଙ୍କ ସକାଶୁ ସଦାପ୍ରଭୁ ଫାରୋ ଓ ତାଙ୍କର ପରିବାର ଉପରେ ମହାମାରୀ ଘଟାଇଲେ। 18 ଏହେତୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭ ସହିତ ଏ କି ବ୍ୟବହାର କଲ ? 19 ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏକଥା ଆମ୍ଭକୁ କାହିଁକି କହିଲ ନାହିଁ ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ ? ତହିଁରେ ଅାମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ।” 20 ତହୁଁ ଫାରୋ ଲୋକମାନଙ୍କୁ ତାଙ୍କ ବିଷୟରେ ଆଜ୍ଞା ଦେଲେ, ଆଉ ସେମାନେ ସର୍ବସ୍ୱ ସହିତ ତାଙ୍କୁ ଓ ତାଙ୍କ ଭାର୍ଯ୍ୟାଙ୍କୁ ବିଦାୟ କଲେ।