1
ଅବ୍ରାମଙ୍କର ଭାର୍ଯ୍ୟା ସାରୀ ନିଃସନ୍ତାନା ଥିଲେ, ପୁଣି, ହାଗାର ନାମ୍ନୀ ତାଙ୍କର ଏକ ମିସରୀୟା ଦାସୀ ଥିଲା।
2
ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ଦେଖ, ସଦାପ୍ରଭୁ ମୋତେ ବନ୍ଧ୍ୟା କରିଅଛନ୍ତି; ଏଣୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଏହି ଦାସୀର ସହବାସ କର; କେଜାଣି ମୁଁ ଏହା ଯୋଗୁଁ ପୁତ୍ର ପାଇ ପାରିବି।” ତେବେ ଅବ୍ରାମ ସାରୀଙ୍କର ବାକ୍ୟରେ ସମ୍ମତ ହେଲେ।
3
ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ୱାମୀ ଅବ୍ରାମ ସହିତ ବିବାହ ଦେଲେ।
4
ଏଥିଉତ୍ତାରେ ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି, ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛ ଜ୍ଞାନ କରିବାକୁ ଲାଗିଲା।
5
ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋ’ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛ ଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।”
6
ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, “ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତା’ ପ୍ରତି କର।” ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା।
15 ଏଥିଉତ୍ତାରେ ହାଗାର ଅବ୍ରାମଙ୍କ ନିମନ୍ତେ ପୁତ୍ର ପ୍ରସବ କରନ୍ତେ, ଅବ୍ରାମ ହାଗାରଠାରୁ ଜାତ ଆପଣାର ସେହି ପୁତ୍ରର ନାମ ଇଶ୍ମାୟେଲ ଦେଲେ। 16 ଅବ୍ରାମଙ୍କର ଛୟାଅଶୀ ବର୍ଷ ବୟସରେ ହାଗାର ଅବ୍ରାମଙ୍କ ନିମନ୍ତେ ଇଶ୍ମାୟେଲକୁ ପ୍ରସବ କଲା।