1
ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”
2
ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ;
3
କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।”
4
ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ;
5
ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।”
6
ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
7
ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ।
8
ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।
17 ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।
22 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ, 23 ଏଥିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରି ଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ। 24 ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।