1
ଏଥିଉତ୍ତାରେ ଆପଣାଠାରୁ ଯାକୁବର ପୁତ୍ର ଜନ୍ମ ହେଲା ନାହିଁ, ଏହା ଦେଖି ରାହେଲ ଆପଣା ଭଗିନୀ ପ୍ରତି ଈର୍ଷା କରି ଯାକୁବକୁ କହିଲା, “ମୋତେ ସନ୍ତାନ ଦିଅ, ନୋହିଲେ ମୁଁ ମରିବି।”
2
ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କ’ଣ ପରମେଶ୍ୱରଙ୍କର ପ୍ରତିନିଧି ? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।”
3
ସେତେବେଳେ ରାହେଲ କହିଲା, “ଏହି ଦେଖ, ମୋହର ଦାସୀ ବିଲ୍ହା ଅଛି, ତାହାର ସହବାସ କର; ସେ ପୁତ୍ର ପ୍ରସବ କରି ମୋ’ କୋଳରେ ଦେଲେ ତାହା ଯୋଗୁଁ ମୁଁ ମଧ୍ୟ ପୁତ୍ରବତୀ ହେବି।”
4
ପୁଣି, ସେ ଆପଣା ଦାସୀ ବିଲ୍ହାକୁ ତାହା ସହିତ ବିବାହ ଦେଲା।
5
ତହୁଁ ଯାକୁବ ତାହାର ସହବାସ କରନ୍ତେ, ବିଲ୍ହା ଗର୍ଭବତୀ ହୋଇ ଯାକୁବର ଗୋଟିଏ ପୁତ୍ର ପ୍ରସବ କଲା।
6
ସେତେବେଳେ ରାହେଲ କହିଲା, “ପରମେଶ୍ୱର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ,” ଏଥିପାଇଁ ସେ ତାହାର ନାମ ଦାନ୍ (ବିଚାର) ରଖିଲା।
7
ଏଥିଉତ୍ତାରେ ରାହେଲର ଦାସୀ ବିଲ୍ହା ପୁନର୍ବାର ଗର୍ଭଧାରଣ କରି ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।
8
ସେତେବେଳେ ରାହେଲ କହିଲା, “ମୁଁ ଭଗିନୀ ସହିତ ପରମେଶ୍ୱର ସମ୍ବନ୍ଧୀୟ ମଲ୍ଲଯୁଦ୍ଧ କରି ଜୟ କଲି,” ଏଥିପାଇଁ ସେ ତାହାର ନାମ ନପ୍ତାଲି (ମଲ୍ଲଯୁଦ୍ଧ) ରଖିଲା।
9
ଏଥିଉତ୍ତାରେ ଲେୟା ଆପଣାର ଗର୍ଭନିବୃତ୍ତି ବୁଝି ଆପଣାର ସିଳ୍ପା ନାମ୍ନୀ ଦାସୀକୁ ଘେନି ଯାକୁବ ସହିତ ବିବାହ ଦେଲା।
10
ତହିଁରେ ଲେୟାର ଦାସୀ ସିଳ୍ପାଠାରୁ ଯାକୁବର ଗୋଟିଏ ପୁତ୍ର ଜାତ ହେଲା।
11
ତହୁଁ ଲେୟା କହିଲା, “ଏ କି ସୌଭାଗ୍ୟ !” ଏଥିପାଇଁ ତାହାର ନାମ ଗାଦ୍ (ସୌଭାଗ୍ୟ) ରଖିଲା।
12
ଏଥିଉତ୍ତାରେ ଲେୟାର ଦାସୀ ସିଳ୍ପା ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।
13
ତହିଁରେ ଲେୟା କହିଲା, “ମୋହର କି ଆନନ୍ଦ ! ଯୁବତୀଗଣ ମୋତେ ଆନନ୍ଦିନୀ ବୋଲିବେ,” ଏଥିପାଇଁ ସେ ତାହାର ନାମ ଆଶେର (ଆନନ୍ଦ) ରଖିଲା।
14
ଏଥିଉତ୍ତାରେ ଗହମ କଟା ସମୟରେ ରୁବେନ୍ ବାହାରେ ଯାଇ କ୍ଷେତରୁ ଦୂଦାଫଳ
1
ପାଇ ଆଣି ଆପଣା ମାତା ଲେୟାକୁ ଦେଲା। ତହୁଁ ରାହେଲ ଲେୟାକୁ କହିଲା, “ତୁମ୍ଭ ପୁତ୍ର ଆଣିଥିବା ଦୂଦାଫଳ କିଛି ମୋତେ ଦିଅ।”
15
ତହିଁରେ ସେ କହିଲା, “ତୁମ୍ଭେ ମୋ’ ସ୍ୱାମୀକୁ ହରଣ କରିଅଛ, ଏ କି ଅଳ୍ପ ବିଷୟ ? ତୁମ୍ଭେ ମୋ’ ପୁତ୍ରର ଦୂଦାଫଳ ମଧ୍ୟ କି ହରଣ କରିବ ?” ତେବେ ରାହେଲ କହିଲା, “ତୁମ୍ଭର ପୁତ୍ରର ଦୂଦାଫଳ ପରିବର୍ତ୍ତରେ ସେ ଆଜି ରାତ୍ର ତୁମ୍ଭ ସଙ୍ଗେ ଶୟନ କରିବେ।”
16
ଏଥିଉତ୍ତାରେ ସନ୍ଧ୍ୟା ବେଳେ କ୍ଷେତ୍ରରୁ ଯାକୁବର ଆଗମନ ସମୟରେ ଲେୟା ତାହା ସହିତ ସାକ୍ଷାତ କରିବା ନିମିତ୍ତ ବାହାରକୁ ଯାଇ କହିଲା, “ତୁମ୍ଭକୁ ମୋ’ କତିକି ଆସିବାକୁ ହେବ; କାରଣ ମୁଁ ଆପଣା ପୁତ୍ରର ଦୂଦାଫଳ ଦେଇ ତୁମ୍ଭକୁ ଭଡ଼ା ନେଲି।” ଏଣୁ ସେ ସେହି ରାତ୍ରି ତାହା ସହିତ କ୍ଷେପଣ କଲା।
17
ତହିଁରେ ପରମେଶ୍ୱର ଲେୟାର ପ୍ରାର୍ଥନା ଶୁଣନ୍ତେ, ସେ ଗର୍ଭବତୀ ହୋଇ ଯାକୁବର ପଞ୍ଚମ ପୁତ୍ର ପ୍ରସବ କଲା।
18
ତେବେ ଲେୟା କହିଲା, “ମୁଁ ସ୍ୱାମୀକି ଆପଣା ଦାସୀ ଦେଇଥିଲି, ପରମେଶ୍ୱର ତାହାର ବେତନ ମୋତେ ଦେଇ ଅଛନ୍ତି,” ଏହେତୁ ସେ ତାହାର ନାମ ଇଷାଖର
2
ରଖିଲା।
19
ଏଥିଉତ୍ତାରେ ଲେୟା ପୁନର୍ବାର ଗର୍ଭଧାରଣ କରି ଯାକୁବର ଷଷ୍ଠ ପୁତ୍ର ପ୍ରସବ କଲା।
20
ତହୁଁ ଲେୟା କହିଲା, “ପରମେଶ୍ୱର ମୋତେ ଉତ୍ତମ ଯୌତୁକ ଦେଲେ; ଏବେ ମୋ’ ସ୍ୱାମୀ ମୋ’ ସଙ୍ଗେ ବାସ କରିବେ, ଯେହେତୁ ମୁଁ ତାଙ୍କର ଛଅ ପୁତ୍ର ଜନ୍ମ କରିଅଛି,” ଏହେତୁ ସେ ତାହାର ନାମ ସବୂଲୂନ
3
ରଖିଲା।
21
ଏଉତ୍ତାରେ ସେ ଏକ କନ୍ୟା ପ୍ରସବ କରନ୍ତେ, ତାହାର ନାମ ଦୀଣା ରଖିଲା।
22
ଏଥିଉତ୍ତାରେ ପରମେଶ୍ୱର ରାହେଲକୁ ସ୍ମରଣ କଲେ ଓ ପରମେଶ୍ୱର ତାହାର ପ୍ରାର୍ଥନା ଶୁଣି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ।
23
ତହୁଁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ପରମେଶ୍ୱର ଏବେ ମୋହର ଅପମାନ ଦୂର କଲେ।”
24
ଏଣୁ ସେ ତାହାର ନାମ ଯୋଷେଫ
4
ଦେଇ, କହିଲା, “ସଦାପ୍ରଭୁ ମୋତେ ଆଉ ଏକ ପୁତ୍ର ଦିଅନ୍ତୁ।”