1 1 ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।

2 ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ। 3 ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।

4  ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ।

5  ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।